Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ବାତ୍ୟା ପ୍ରସ୍ତୁତି ସମୀକ୍ଷା: ସ୍ୱତନ୍ତ୍ର ରିଲିଫ୍ କମିଶନର କଣ୍ଟ୍ରୋଲ ରୁମ୍ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

by Bureauom
October 29, 2025
in ରାଜନୀତି, ରାଜ୍ୟ
A A
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରସ୍ତୁତି ସମୀକ୍ଷା
0
SHARES
Share on FacebookShare on Twitter

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବିଳମ୍ୱିତ ସନ୍ଧ୍ୟାରେ (ରାତି ୯ ଘଟିକା) ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କଣ୍ଟ୍ରୋଲ ରୁମ ପରିଦର୍ଶନ କରି ବାତ୍ୟା ‘ମୋନ୍ଥା’ର ପରିସ୍ଥିତି ଅନୁଧ୍ୟାନ କରିବା ସହିତ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ଏବଂ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ଷଡଙ୍ଗୀଙ୍କ ସହିତ ପରିସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା ଓ ସମୀକ୍ଷା କରିଛନ୍ତି ।

ସମୀକ୍ଷା ପରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟାର ପ୍ରଭାବ ସମ୍ପର୍କରେ ଯେଉଁଭଳି ଭାବେ ଆଶଙ୍କା କରାଯାଉଥିଲା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ବର୍ତ୍ତମାନ ପର୍ଯ୍ୟନ୍ତ ସେଭଳି କିଛି ବଡ଼ ପ୍ରଭାବ ପରିଲକ୍ଷିତ ହୋଇନାହିଁ । ତେବେ, ଆସନ୍ତା କାଲି ବାତ୍ୟା ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଆଦି ଜିଲ୍ଲା ଦେଇ ଗତି କରିବାର ସମ୍ଭାବନା ରହିଛି । ପ୍ରଭାବ ଛୋଟ ହେଉ କି ବଡ଼ ହେଉ, ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସମ୍ପୂର୍ଣ୍ଣ ଭାବେ ସଜାଗ ଅଛନ୍ତି ଏବଂ ପରସ୍ପର ମଧ୍ୟରେ ସମନ୍ୱୟ ରକ୍ଷା କରି ବାତ୍ୟା ପରିଚାଳନା କରୁଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଏକମାତ୍ର ଲକ୍ଷ୍ୟ ହେଉଛି- ଜିରୋ କାଜୁଆଲଟି । ଏ ଦିଗରେ ଆମେ ପୂର୍ବରୁ ଅନେକ ସଫଳତା ହାସଲ କରିଛୁ ଏବଂ ପୂର୍ବର ଅଭିଜ୍ଞତାକୁ ନେଇ ରାଜ୍ୟ ସରକାର ଖୁବ୍‌ ଭଲଭାବେ ପ୍ରସ୍ତୁତି କରିଛନ୍ତି । ରାଜ୍ୟ କଣ୍ଟ୍ରୋଲରୁମ ପକ୍ଷରୁ ୨୪ ଘଣ୍ଟା ପରିସ୍ଥିତିର ମନିଟରିଂ କରାଯାଉଛି ।

ସରକାରଙ୍କ ପଦକ୍ଷେପ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବର୍ତ୍ତମାନ ସୁଦ୍ଧା ୮ଟି ଜିଲ୍ଲାରେ ୧୭, ୮୧୭ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ଆବଶ୍ୟକ ହେଲେ ଆଉ ଅଧିକ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ । ସେହିଭଳି ୨୧୯୮ ଜଣ ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି, ଆଉ ୬୫୧ ଜଣଙ୍କୁ ସ୍ଥାନାନ୍ତରଣ କରାଯିବ । ସମୁଦାୟ ୨୮୪୯ ଜଣ ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତରିତ କରାଯାଉଛି ।

ବାତ୍ୟା ପରେ ଯେପରି ତୁରନ୍ତ ପୁନରୁଦ୍ଧାର କାର୍ଯ୍ୟ କରାଯିବ ସେଥିପାଇଁ ବିଦ୍ୟୁତ ବିଭାଗ, ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ବିଭାଗ ପରି ଇଞ୍ଜିନିୟରିଂ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । କୃଷି ବିଭାଗ ମଧ୍ୟ ବାତ୍ୟା ପରେ ଯେପରି ତୁରନ୍ତ କ୍ଷୟକ୍ଷତିର ଆକଳନ କରି ସହାୟତା ଯୋଗାଇ ଦେବ, ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଲେ ଯେ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କ ସହିତ ଫୋନ ଯୋଗେ କଥା ହୋଇ ଓଡ଼ିଶା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ପରିସ୍ଥିତି ଦେଖି ବାତିଲ ହୋଇଥିବା ଟ୍ରେନଗୁଡ଼ିକର ଚଳାଚଳ ପାଇଁ କେନ୍ଦ୍ର ରେଳମନ୍ତ୍ରୀ ଶୀଘ୍ର ନିଷ୍ପତ୍ତି ନେବେ ବୋଲି ମୁଖ୍ୟମନ୍ତ୍ରୀ ଜଣାଇଥିଲେ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ପୁରୀ: ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ । ସେଥିପାଇଁ ପ୍ରକିୟା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ...

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା...

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ଭୁବନେଶ୍ୱର: ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ମତଦାତାମାନଙ୍କୁ ଉପନିର୍ବାଚନ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ମାର୍ଗଦର୍ଶନରେ ବୁଥ ସ୍ତରୀୟ ଅଧିକାରୀମାନେ ଘରକୁ ଘର...

ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର

ଆରଆଇ ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ । ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା । ୮.୪୫ରେ ଭିତରକୁ ଗଲେ ପରୀକ୍ଷାର୍ଥୀ । ରାଜ୍ୟର ବିଭିନ୍ନ ପରୀକ୍ଷା...

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ । ହଜାର ହଜାର ଲୋକଙ୍କ ସମାଗମ । ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମାଣିତ୍ରୀ ଗ୍ରାମର ମଦନମୋହନ ଜୀୟୁ କମିଟି...

Load More
Next Post
ଆଇସିୟୁ ଓ କ୍ରିଟିକାଲ କେୟାର ୟୁନିଟ

ଆଇସିୟୁ ଏବଂ କ୍ରିଟିକାଲ କେୟାର ୟୁନିଟ ପାଇଁ ରାଜ୍ୟର ହସ୍ପିଟାଲଗୁଡିକରେ ମାର୍ଗଦର୍ଶିକା ପ୍ରସ୍ତୁତ

ପାଲନା ଯୋଜନା କର୍ମଶାଳା ଭୁବନେଶ୍ୱର

ପାଲନା ଯୋଜନା କର୍ମଶାଳା ଭୁବନେଶ୍ୱର: ଶିଶୁ ଓ ମହିଳା ବିକାଶ ପାଇଁ ନୂଆ ପଦକ୍ଷେପ

ସୁଭଦ୍ରା ଶକ୍ତି ମେଳା ଭୁବନେଶ୍ୱର

ସୁଭଦ୍ରା ଶକ୍ତି ମେଳା ଭୁବନେଶ୍ୱର: ନଭେମ୍ବର ୧ରୁ ଆରମ୍ଭ, ବିଭିନ୍ନ ରାଜ୍ୟର ଉତ୍ପାଦ ପ୍ରଦର୍ଶିତ ହେବ

ବେଆଇନ ବ୍ରାଉନ ସୁଗର ଜବତ

ବେଆଇନ ବ୍ରାଉନ ସୁଗର ଜବତ: ୪ ଗିରଫ, ଅପରାଧ ମୁକ୍ତ ଜିଲ୍ଲା ପାଇଁ ପୁଲିସର ମିଶନ

ଓ ପି ଜିନ୍ଦଲ ସ୍କୁଲ ସାଇବର ସୁରକ୍ଷା ସଚେତନତା

ଓ ପି ଜିନ୍ଦଲ ସ୍କୁଲ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ: ଛାତ୍ରଛାତ୍ରୀଙ୍କୁ ଡିଜିଟାଲ ସୁରକ୍ଷା ଶିକ୍ଷା

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved