Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

Odisha Child Protection Day: ଶିଶୁ ସୁରକ୍ଷା ଓ ଶିକ୍ଷା ଉପରେ ପ୍ରଭାତୀ ପରିଡ଼ାଙ୍କ ଗୁରୁତ୍ୱାରୋପ

by Bureauom
November 1, 2025
in ଭୁବନେଶ୍ୱର, ରାଜ୍ୟ
A A
Odisha Child Protection Day
0
SHARES
Share on FacebookShare on Twitter

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ୧୫ତମ ପ୍ରତିଷ୍ଠା ଦିବସ ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଲେ ଯେ ଶିଶୁ ସୁରକ୍ଷା ଓ ଅଧିକାର ସୁନିଶ୍ଚିତ କରିବା ଆମ ସମାଜର କର୍ତ୍ତବ୍ୟ । ଶିଶୁ ସୁରକ୍ଷା ଓ ଏହାର ଆବଶ୍ୟକତା ଏବଂ ପ୍ରାସଙ୍ଗିକତା ଉପରେ ମତ ଦେଇ ଶ୍ରୀମତୀ ପରିଡ଼ା କହିଲେ ଯେ ଜଣେ ଶିଶୁର ବିକାଶ ପାଇଁ ସମାଜର ପ୍ରତ୍ୟେକ ସ୍ତରରେ ଆବଶ୍ୟକତା ରହିଛି । ଏଥି ନିମନ୍ତେ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି ଓ ଏହାର ସୁଫଳ ସମସ୍ତ ଶିଶୁଙ୍କ ନିକଟରେ ପହଞ୍ଚିବା ଆବଶ୍ୟକତା ରହିଛି । ଚଳିତ ବର୍ଷର ବିଷୟବସ୍ତୁ ‘ବାତ୍ସଲ୍ୟ:ସୁରକ୍ଷିତ ଶିଶୁ, ସମୃଦ୍ଧ ଓଡ଼ିଶା’ ଉପରେ ଆଲୋଚନା କରି ଶ୍ରୀମତୀ ପରିଡ଼ା କହିଲେ ଯେ ପିଲାଦିନରୁ ଜଣେ ଶିଶୁର ମାନସିକ ଓ ଶାରୀରିକ ବିକାଶ ଉପରେ ଅଭିଭାବକମାନେ ଗୁରୁତ୍ୱ ଦେବା ଆବଶ୍ୟକ । ଶିଶୁମାନଙ୍କର ଯତ୍ନ ଏବଂ ଶିକ୍ଷା ଗ୍ରହଣ ପ୍ରତି ଆକୃଷ୍ଟ କରାଇବା ଦିଗରେ ସେ ଅଙ୍ଗନବାଡ଼ି କର୍ମୀମାନଙ୍କ ଭୂମିକାର ଭୂୟସୀ ପ୍ରଶଂସା କରିଥିଲେ । ଶିଶୁ ସୁରକ୍ଷା ପାଇଁ ସଂପୃକ୍ତ ଅଧିକାରୀଙ୍କ ବୃତ୍ତିଗତ ଦକ୍ଷତା ତାଲିମ, ପ୍ରଚାର ଓ ଜନସଚେତନତା ଅଭିଯାନ ଜାରି ରହିଲେ ଶିଶୁ ଅଧିକାର ସୁରକ୍ଷା ଦିଗରେ ଥିବା ଲକ୍ଷ୍ୟ ହାସଲ ହୋଇପାରିବ ।

ସେହିଭଳି ଅନ୍ୟତମ ଅତିଥି ଭାବେ ଯୋଗଦେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଲେ ଯେ ଶିଶୁମାନଙ୍କ ପାଇଁ ନ୍ୟାୟ ପ୍ରଦାନରେ ଥିବା ବ୍ୟବଧାନକୁ ଦୂର କରିବା ଓ ଶିଶୁ ଅନୁକୂଳ ଆଇନଗତ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବାର ଆବଶ୍ୟକତା ରହିଛି । ଏଥି ପ୍ରତି କିଶୋର ନ୍ୟାୟ ଆଇନରେ ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି, ଯାହା କୌଣସି ପିଲାଙ୍କୁ ବିପଦ ସମୟରେ ଆଇନଗତ ସୁରକ୍ଷାକୁ ସୁଦୃଢ଼ କରିଥାଏ ।

ଏହି ଅବସରରେ ଆୟୋଗର ଅଧ୍ୟକ୍ଷା ଶ୍ରୀମତୀ ବବିତା ପାତ୍ର ଆୟୋଗଙ୍କ କାର୍ଯ୍ୟଧାରା, ପ୍ରଣାଳୀ ଉପରେ ମତବ୍ୟକ୍ତ କରିବା ସହ ଶିଶୁମାନଙ୍କର ଅଭିବୃଦ୍ଧି, ସୁରକ୍ଷା, ଲାଳନପାଳନ, ଶିକ୍ଷା, ସ୍ୱାସ୍ଥ୍ୟ ଓ ବିକାଶ ଆଦି କ୍ଷେତ୍ରରେ କାର୍ଯ୍ୟ କରୁଥିବା ନେଇ ମତବ୍ୟକ୍ତ କରିଥିଲେ । ସେହିଭଳି ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ଅଧ୍ୟକ୍ଷା ଶ୍ରୀମତୀ ବ୍ରତତୀ ହରିଚନ୍ଦନ, ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତି, ୟୁନିସେଫ୍‌ର ରାଜ୍ୟ ପ୍ରମୁଖ କ୍ଷେତ୍ର ଅଧିକାରୀ ୱିଲିୟମ୍‌ ହଲୋନ୍‌ ଜୁନିୟର୍‌ ପ୍ରମୁଖ ଯୋଗଦେଇ ଶିଶୁ ସୁରକ୍ଷାର ବିଭିନ୍ନ ଦିଗରେ ଉପରେ ଆଲୋଚନା କରିଥିଲେ ।

ଆଜିର ପ୍ରତିଷ୍ଠା ଦିବସରେ ବିଭିନ୍ନ ଜିଲ୍ଲାର ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଏତଦ୍‌ବ୍ୟତୀତ ବୈଷୟିକ ଅଧିବେଶନ ଅନୁଷ୍ଠିତ ହୋଇ ଶିଶୁମାନଙ୍କର ଦକ୍ଷତା ବିକାଶ ଉପରେ ଆଲୋଚନା ହୋଇଥିଲା । ଶିଶୁ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭିନ୍ନ ଅଧିକାରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଅତିଥି ମାନଙ୍କ ଦ୍ୱାରା ଆୟୋଗର କାର୍ଯ୍ୟ ବିବରଣୀ ଓ ଶିଶୁ ମାନଙ୍କ ଲାଗି ଅନଲାଇନ ସଚେତନତା ସୁରକ୍ଷା କିଟ ଉନ୍ମୋଚିତ ହୋଇଛି । ଏହି ଅବସରରେ ଆୟୋଗର ସଦସ୍ୟା ଶ୍ରୀମତୀ କଳ୍ପନା ଲେଙ୍କା, ଶ୍ରୀମତୀ ସୁଜାତା ନାୟକ, ଶ୍ରୀମତୀ ଚନ୍ଦନା ଦାସ, ଶ୍ରୀମତୀ କସ୍ତୁରୀ ମିଶ୍ର, ଶ୍ରୀମତୀ ମନସ୍ମିତା ଖୁଣ୍ଟିଆ, ବିଭିନ୍ନ ଜିଲ୍ଲାର ଶ୍ରମ ଅଧିକାରୀ, ଆୟୋଗଙ୍କ ସଚିବ ଶ୍ରୀମତୀ ସ୍ମୃତି ପ୍ରଜ୍ଞା ପ୍ରିୟଦର୍ଶିନୀ,ଶିଶୁ ସୁରକ୍ଷା ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ପୋଲିସ ଅଧିକାରୀ, ଜୁଭିଲାଇନ୍‌ ଜଷ୍ଟିସ୍‌ ବୋର୍ଡର ସଦସ୍ୟଗଣ, ବିଭିନ୍ନ ବିଦ୍ୟାଳୟ ଓ ଶିଶୁ ଯତ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ସମେତ ଅଧିକାରୀ, କର୍ମଚାରୀ ଓ ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ସ୍ବଚ୍ଛତା ପାଇଁ ଏକାଠି ହେଲେ ପିଲାଠୁ ବୟସ୍କ

ସ୍ବଚ୍ଛତା ପାଇଁ ଏକାଠି ହେଲେ ପିଲାଠୁ ବୟସ୍କ: ଖୋଲାରେ ମଳତ୍ୟାଗ କଲେ ୫ଶହ, ନିଶା ଖାଇଲେ ୫ହଜାର ଫାଇନ

ଭୁବନେଶ୍ବର: ସ୍ବଚ୍ଛତା ପ୍ରୟାସ । ଏକାଠି ହେଲେ ଗାଁର ପିଲାଠୁ ବୟସ୍କ । ମିଳିମିଶି ସଫା କଲେ ଗାଁ ଛକ, ରାସ୍ତଘାଟ, ପୋଖରୀ ହୁଡ଼ାଠୁ ଆରମ୍ଭ କରି...

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ପୁରୀ: ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ । ସେଥିପାଇଁ ପ୍ରକିୟା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ...

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା...

ବାଲିଯାତ୍ରାରେ ଉଦଘାଟିତ ହେଲା ବୟନିକା

ବାଲିଯାତ୍ରାରେ ଉଦଘାଟିତ ହେଲା ବୟନିକା ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା

କଟକ: ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓଡ଼ିଆ ଅସ୍ମିତାର ବାର୍ତ୍ତାବହ । ଲୋକଙ୍କୁ ସୁଲଭ ମୂଲ୍ୟରେ ଏହି ବସ୍ତ୍ର ଯୋଗାଇ ଦେବା ଲକ୍ଷ୍ୟରେ ବାଲିଯାତ୍ରାରେ ବୟନିକା ଦ୍ୱାରା ସ୍ୱତନ୍ତ୍ର...

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ଭୁବନେଶ୍ୱର: ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ମତଦାତାମାନଙ୍କୁ ଉପନିର୍ବାଚନ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ମାର୍ଗଦର୍ଶନରେ ବୁଥ ସ୍ତରୀୟ ଅଧିକାରୀମାନେ ଘରକୁ ଘର...

ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର

ଆରଆଇ ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ । ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା । ୮.୪୫ରେ ଭିତରକୁ ଗଲେ ପରୀକ୍ଷାର୍ଥୀ । ରାଜ୍ୟର ବିଭିନ୍ନ ପରୀକ୍ଷା...

Load More
Next Post
Vivekananda Vidyamandir Annual Sports

Vivekananda Vidyamandir Annual Sports: ବିବେକାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡ଼ା

Lift Irrigation Project Irregularities

Lift Irrigation Project Irregularities: ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଚଞ୍ଚକତା

Youth’s Document Forgery Case Jharsuguda

Youth’s Document Forgery Case Jharsuguda: ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଧେଶ ପରେ ମାମଲା ରୁଜୁ

Cyber Security Awareness Campaign

ସାଇବର ସୁରକ୍ଷା ସଚେତନତା ଅଭିଯାନ : ବୌଦ୍ଧ ଟାଉନହଲ୍‌ରେ ଆୟୋଜିତ

ବେଆଇନ ବାଲି ଡିପୋରେ ଚଢ଼ାଉ କେବେ?

ହରଭଙ୍ଗା ବେଆଇନ ବାଲି ଡିପୋ: ବାଲି ମାଫିଆ ସକ୍ରିୟ, ଖଣି ବିଭାଗ ନିରବ ଦ୍ରଷ୍ଟା ସାଜିଛି

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved