Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

Rashtriya Ekta Diwas at Cuttack OSAP: ସର୍ଦ୍ଦାର ପଟେଲଙ୍କ 150ତମ ଜୟନ୍ତୀ ପାଳନ

by Bureauom
October 31, 2025
in ରାଜ୍ୟ
A A
Rashtriya Ekta Diwas at Cuttack OSAP
0
SHARES
Share on FacebookShare on Twitter

କଟକ: ଆଜି ପୂର୍ବାହ୍ନରେ କଟକ ଓଏସଏପିରେ ରାଷ୍ଟ୍ରୀୟ ଏକତା ଦିବସ (Rashtriya Ekta Diwas at Cuttack OSAP) ସମାରୋହ ସହ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମ ଜୟନ୍ତୀ ଉଦ୍ଯାପନ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ଆୟୋଜିତ ହୋଇଥିଲା।

ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମ ବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।
ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ତଥା ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ କରିବାପାଇଁ ଉପସ୍ଥିତ ପୋଲିସ ଅଧିକାରୀ, କର୍ମଚାରୀ ଏବଂ ପ୍ୟାରେଡରେ ସାମିଲ ହୋଇଥିବା ଯବାନଙ୍କୁ ଆରକ୍ଷୀ ମହାନିର୍ଦ୍ଦେଶକ, ଶ୍ରୀ ମିଶ୍ର ଶପଥ ପାଠ କରାଇଥିଲେ ।

ଏହା ସହ ସର୍ଦ୍ଦାର ପଟେଲଙ୍କ ଜୀବନ ଦର୍ଶନ ଉପରେ ଆଲୋକପାତ କରିବା ସହ ତାଙ୍କ କାର୍ଯ୍ୟଦକ୍ଷତା, ଦେଶପ୍ରେମ ଓ ସ୍ଵାଧୀନତା ସଂଗ୍ରାମରେ ଅତୁଳନୀୟ ଅବଦାନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ l ସ୍ଵାଧୀନତା ପରେ 562ଟି ଦେଶୀୟ ରାଜ୍ୟଗୁଡିକୁ ଭାରତରେ ମିଶାଇବା ପାଇଁ ସର୍ଦ୍ଦାର ପଟେଲ ଯେଉଁ ଅକ୍ଲାନ୍ତ ପରିଶ୍ରମ କରିଥିଲେ, ତାହା ଅତୁଳନୀୟ ଥିଲା l ଯାହା ଫଳରେ ବିଶ୍ଵ ଦରବାରରେ ଭାରତ ଆଜି ଏକ ସ୍ଵତନ୍ତ୍ର ରାଷ୍ଟ୍ର ଭାବେ ପରିଚୟ ଲାଭ କରିଛି ବୋଲି ଶ୍ରୀ ମିଶ୍ର ମତବ୍ୟକ୍ତ କରିଥିଲେ l

ଦେଶର ପ୍ରତ୍ୟେକ ନାଗରିକ ଭାଇଚାରା, ବନ୍ଧୁତା ଏବଂ ଏକତାର ମନୋଭାବ ନେଇ କାର୍ଯ୍ୟ କରିବା ସହ ଭାରତର ଇତିହାସ ପାଇଁ ଏକ ସ୍ଵତନ୍ତ୍ର ଅଧ୍ୟାୟ ସୃଷ୍ଟି କରିବାକୁ ମଧ୍ୟ ସେ ଆହ୍ଵାନ ଦେଇଥିଲେ । ଆଗାମୀ ଦିନରେ ସମସ୍ତେ ମିଳିମିଶି ରାଜ୍ୟରେ ଆଇନଶୃଙ୍ଖଳା ନିୟନ୍ତ୍ରଣ, ଅପରାଧ ଦମନ ଓ ସମାଜରେ ଶାନ୍ତି ପ୍ରତିଷ୍ଠା କରିବାକୁ ଶ୍ରୀ ମିଶ୍ର ଗୁରୁତ୍ଵାରୋପ କରିଥିଲେ l

ଏହି ଅବସରରେ ଓଡିଶା ପୋଲିସର 34 ପୋଲିସ ଜିଲ୍ଲାର ସମସ୍ତ ଥାନାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଥିବା ସମ୍ପର୍କରେ ସୂଚନା ଦେଇଥିଲେ। ଏହା ସହ ସମାଜର ସମସ୍ତ ବ୍ୟକ୍ତି ବିଶେଷଙ୍କୁ ନେଇ ଏକତା ପାଇଁ ଦୌଡ଼ ( Run for Unity), ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, ପ୍ରବନ୍ଧ, ତର୍କ ଭଳି ପ୍ରତିଯୋଗିତା ଆୟୋଜନ କରାଯାଇ କାର୍ଯ୍ୟକ୍ରମକୁ ଆକର୍ଷଣୀୟ କରାଯାଇଛି ବୋଲି ମତବ୍ୟକ୍ତ କରିଥିଲେ।

ଆଜିର ସମ୍ମିଳିତ ପ୍ୟାରେଡରେ ଓ.ଏସ.ଏ.ପି ଷଷ୍ଠ ବାଟାଲିୟନ (କଟକ), ଷଷ୍ଠ ଆଇ.ଆର ବାଟାଲିୟନ (ଖୋର୍ଦ୍ଧା), ତୃତୀୟ ଆଇ. ଆର. ବାଟାଲିୟନ, ପୋଲିସ କଲର ପାର୍ଟି (କଟକ), ବ୍ରାସବ୍ୟାଣ୍ଡ ପାର୍ଟି (କଟକ) ଅଂଶଗ୍ରହଣ କରିଥିଲେ l ଶ୍ରୀ ୟାକୁବ ଖାନ ତୃତୀୟ ଆଇ. ଆର. ବାଟାଲିୟନ (Commandant) ପ୍ୟାରେଡର ନେତୃତ୍ଵ ନେଇଥିଲେ l

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଧୁନିକୀକରଣ) ଶ୍ରୀ ଏସ. କେ. ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମୁନିକେସନ) ଶ୍ରୀ ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାରଙ୍କ ସମେତ ପୋଲିସ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ

ପୁରୀ: ବିକ୍ରି ହେବ ବିଶ୍ବପ୍ରସିଦ୍ଧ ପୁରୀ ରଥଯାଚ୍ରାରେ ବ୍ୟବହୃତ ରଥ ଅଂଶ । ସେଥିପାଇଁ ପ୍ରକିୟା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ...

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ

କଟକ: ଐତିହାସିକ ବାଲିଯାତ୍ରାରେ ଆୟୋଜନ ହୋଇଥିବା କଟକ ରୂପା ତାରକସି ପାଭିଲିଅନ୍ ଉଦଘାଟିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଶାସନ ସଚିବ ତଥା...

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ନୂଆପଡାରେ ଭୋଟର ସୂଚନା ପତ୍ର ଓ ଭୋଟର ମାର୍ଗ ଦର୍ଶିକା ପୁସ୍ତିକା ବିତରଣ

ଭୁବନେଶ୍ୱର: ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ମତଦାତାମାନଙ୍କୁ ଉପନିର୍ବାଚନ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ମାର୍ଗଦର୍ଶନରେ ବୁଥ ସ୍ତରୀୟ ଅଧିକାରୀମାନେ ଘରକୁ ଘର...

ସର୍ଭର ଡାଉନ ପାଇଁ ପ୍ରାୟ ଘଣ୍ଟାଏ ବିଳମ୍ବରେ ସେଣ୍ଟରକୁ ଗଲେ ଛାତ୍ରୀଛାତ୍ର

ଆରଆଇ ପରୀକ୍ଷାରେ ସର୍ଭର ଡାଉନ ଅଭିଯୋଗ । ସକାଳ ୭.୩୦ରେ ପ୍ରବେଶ ସମୟ ଥିଲା । ୮.୪୫ରେ ଭିତରକୁ ଗଲେ ପରୀକ୍ଷାର୍ଥୀ । ରାଜ୍ୟର ବିଭିନ୍ନ ପରୀକ୍ଷା...

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ । ହଜାର ହଜାର ଲୋକଙ୍କ ସମାଗମ । ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମାଣିତ୍ରୀ ଗ୍ରାମର ମଦନମୋହନ ଜୀୟୁ କମିଟି...

ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ଲାଭାଂଶ ପ୍ରଦାନ

ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୩.୪ କୋଟି ଲାଭାଂଶ ପ୍ରଦାନ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ଆଜି ଓଡ଼ିଶା ରାଜ୍ୟ ସରକାରଙ୍କୁ ଲାଭାଂଶ (ଡିଭିଡେଣ୍ଡ୍) ଅର୍ଥ ପ୍ରଦାନ କରାଯାଇଛି । ଓଡ଼ିଶାର ମୁଖ୍ୟ ଶାସନ ସଚିବ...

Load More
Next Post
Talcher Employment Demand

Talcher Employment Demand: କୋଇଲା ଖଣିରେ ନିଯୁକ୍ତି ଓ ତଦନ୍ତ ଦାବି

Rashtriya Ekta Diwas

Rashtriya Ekta Diwas: ଅନନ୍ତ ଡି.ଏ.ଭି.ରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

Loan Fraud in Jharsuguda

Loan Fraud in Jharsuguda:ଘରୋଇ ଅର୍ଥ ଲଗାଣକାରି ସଂସ୍ଥାରେ ବଡ଼ ଧରଣର ଋଣ ଜାଲିଆତି

inspiring-journey-of-tribal-girl-rani

Inspiring journey of tribal girl Rani: କେନ୍ଦୁଝରରୁ କନ୍ଧମାଳ ଯାତ୍ରା

Odisha Child Protection Day

Odisha Child Protection Day: ଶିଶୁ ସୁରକ୍ଷା ଓ ଶିକ୍ଷା ଉପରେ ପ୍ରଭାତୀ ପରିଡ଼ାଙ୍କ ଗୁରୁତ୍ୱାରୋପ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved