Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ସାଇବର ସୁରକ୍ଷା ସଚେତନତା ଅଭିଯାନ : ବୌଦ୍ଧ ଟାଉନହଲ୍‌ରେ ଆୟୋଜିତ

by Bureauom
November 2, 2025
in ବୌଦ୍ଧ
A A
Cyber Security Awareness Campaign
0
SHARES
Share on FacebookShare on Twitter

ବୌଦ୍ଧ (ସର୍ବେଶ୍ୱର କ୍ଷେତି): ପୋଲିସ ବିଭାଗ ପକ୍ଷରୁ ଟାଉନ ହଲଠାରେ ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ଅଭିଯାନ ସଭା ଅନୁଷ୍ଠିତ ହୋଇଯାଇଛି। କଣ୍ଟାମାଳ ବିଧାୟକ କହ୍ନେଇଁ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସଭାକୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ବନଖଣ୍ଡ ଅଧିକାରୀ ରାଜେନ୍ଦ୍ର ଗୋଛାୟତ, କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ସୁଦର୍ଶନ ବାଦୀ, ଆଇ.ସି.ଆଇ.ସି.ଆଇ ବ୍ୟାଙ୍କର ରିଜିଓନାଲ ମୁଖ୍ୟ ରଞ୍ଜିତ ମିଶ୍ର ଯୋଗ ଦେଇ ସାଇବର ସୁରକ୍ଷା ସମ୍ପର୍କରେ ଅଭିଭାଷଣ ରଖିଥିଲେ। ଏଥିସହ ରୁହନ୍ତୁ, ଯାଞ୍ଚ କରନ୍ତୁ, ସୁରକ୍ଷିତ ରୁହନ୍ତୁ ଏବଂ ସାମାନ୍ୟ ଭୁଲରୁ ବହୁତ ବଡ଼ ଭୁଲ ହୋଇଥାଏ ବୋଲି ମତ ବ୍ୟକ୍ତ କରିଥିଲେ। ମେଣ୍ଢିମାଳ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। ସଭା ପୂର୍ବରୁ ଜିଲ୍ଲା ଷ୍ଟାଡିୟମ ଠାରୁ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରି ଟାଉନ ହଲଠାରେ ପହଞ୍ଚିଥିଲା।

କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଉପଖଣ୍ଡ ପୋଲିସ ଅଧିକାରୀ ଲରେନ୍ସ ରାଉତରାୟ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଅବକାରୀ ଅଧିକ୍ଷକ ଶାନ୍ତି ମାରାଣ୍ଡି, ତହସିଲଦାର ଅନୀତା କୁମାରୀ ସାହୁ, ସାଇବର ଥାନା ଅଧିକାରୀ ଭାବାନନ୍ଦ ପ୍ରଧାନ, ଆଦର୍ଶ ଥାନା ଅଧିକାରୀ ନଳିନୀକାନ୍ତ ଦାସ, ଆଞ୍ଚଳିକ ପରିବହନ ଅଧିକାରୀ ସୁଷମା ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହଙ୍କ ସମେତ ବିଭିନ୍ନ ଅଧିକାରୀ, ଛାତ୍ରଛାତ୍ରୀ, ଜନ ସାଧାରଣ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ। ପରେ ପରେ ସାଇବର ସଚେତନ ଉପରେ ଭିଡିଓ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀ ଏବଂ ଡିଜିପିଙ୍କ ସଚେତନତା ବାର୍ତ୍ତା ପ୍ରସାରିତ ହୋଇଥିଲା।

ପରେ କଳାକାର ସ୍ୱାଧୀନ କୁମାର ପରିଡା ଏବଂ କରୁଣାକର ବଗର୍ତ୍ତୀ ଦାସକାଠିଆ ମାଧ୍ୟମରେ ଏବଂ ଅନ୍ୟ କଳାକାରମାନେ ନୃତ୍ୟ ନାଟକ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରିଥିଲେ। ପରେ ପରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଡାଙ୍ଗ ଏବଂ ଅନ୍ୟ ଅତିଥିମାନେ ସବୁଜ ପତାକା ଦେଖାଇ ସାଇବର ରଥର ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସାର୍ଥକ ରାୟ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା

ହରଭଙ୍ଗା,(ସର୍ବେଶ୍ୱର କ୍ଷେତି): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ଉପାନ୍ତ ଅଞ୍ଚଳ ହରଭଙ୍ଗା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର)ର ବିକଳ ଚିତ୍ର ସାମ୍ନାକୁ...

ବସୁଧା ଯୋଜନା ବାଟବଣା

ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?

ହରଭଙ୍ଗା (ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ଅନ୍ତର୍ଗତ ସୁରୁଣ୍ଡି ଗ୍ରାମରେ ରାଜ୍ୟ ସରକାରଙ୍କ ବସୁଧା ଯୋଜନା ବାଟବଣା ହୋଇଥିବା ଖବର ସାମ୍ନାକୁ ଆସିଛି l ରାଜ୍ୟ ସରକାର...

ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ?

ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି

ହରଭଙ୍ଗା (ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ଅନ୍ତର୍ଗତ ହରଭଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟ ଭାରତ ସ୍ୱାଧୀନ ହେବାର ୭୮ ବର୍ଷ ପୂର୍ବେ, ଅର୍ଥାତ ୦୧ ଅକ୍ଟୋବର ୧୮୬୯...

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ

ହରଭଙ୍ଗା(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି l ହରଭଙ୍ଗା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ...

ଆସୁଛି ପର୍ଯ୍ୟଟନ ଋତୁ

ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”

ବୌଦ୍ଧ (ସର୍ବେଶ୍ୱର କ୍ଷେତି): ଭଗବାନ ବୁଦ୍ଧଙ୍କ ନାମରେ ନାମିତ ଜିଲ୍ଲା ବୌଦ୍ଧ l ପବିତ୍ର ଭୂମି ବୌଦ୍ଧକୁ ଜଗନ୍ନାଥ ସଂସ୍କୃତିର ଆଦିପୀଠ ବୋଲି କୁହାଯାଏ l ଐତିହାସିକ...

ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ?

ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ

ବୌଦ୍ଧ (ସର୍ବେଶ୍ୱର କ୍ଷେତି): ରାଜ୍ୟ ସରକାର କ୍ରୀଡ଼ାର ବିକାଶ ପାଇଁ ଭିତ୍ତିଭୂମି ସୁଦୃଢ଼ କରୁଛନ୍ତି l ଯାହା ଫଳରେ ଭଲ ଖେଳାଳି ସୃଷ୍ଟି ହେବା ସହ କ୍ରୀଡ଼ା...

Load More
Next Post
ବେଆଇନ ବାଲି ଡିପୋରେ ଚଢ଼ାଉ କେବେ?

ହରଭଙ୍ଗା ବେଆଇନ ବାଲି ଡିପୋ: ବାଲି ମାଫିଆ ସକ୍ରିୟ, ଖଣି ବିଭାଗ ନିରବ ଦ୍ରଷ୍ଟା ସାଜିଛି

MCL National Excellence Award

MCL National Excellence Award: ଜିଏମ ଅଶୋକ କୁମାର ଧଳଙ୍କୁ ଜାତୀୟ ସ୍ତରର ଉତ୍କର୍ଷ ପୁରସ୍କାର

Jharsuguda Dacoity Case

Jharsuguda Dacoity Case: ଡକାୟତି ପୂର୍ବରୁ ମାଡ଼ି ବସିଲା ପୁଲିସ୍ "୫ ଅଭିଯୁକ୍ତ ଗିରଫ"

Talcher Kartikeswar Puja

Talcher Kartikeswar Puja: ତାଳଚେରରେ ଧୁମଧାମରେ ପୂଜା ପାଇଲେ ବାବା କାର୍ତ୍ତିକେଶ୍ୱର

ସୁଦର୍ଶନ ପଟ୍ଟନାୟକ ଙ୍କ ଚମତ୍କାର କଳାକୃତି

ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳାରେ ‘ନାରୀ ଶକ୍ତି’ର ବିଶ୍ୱକପ୍ ଜୟ ଅଭିବାଦନ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved