ବୌଦ୍ଧ(ସର୍ବେଶ୍ୱର କ୍ଷେତି): ବୌଦ୍ଧ ସହରସ୍ଥିତ ଟାଉନହଲଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଆଦର୍ଶ ସଂସଦ କାର୍ଯ୍ୟାଳୟ ଉଦଯାପିତ ହୋଇଯାଇଛି। ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାମଲ ଯୋଗ ଦେଇଥିଲେ। ସକାଳେ ଉଦଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଅଧ୍ୟକ୍ଷତା କରିଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଓ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ବୌଦ୍ଧ ବ୍ଲକ ଶିକ୍ଷା ଅଧିକାରୀ ଉପେନ୍ଦ୍ର ପ୍ରଧାନ ଓ ହରଭଙ୍ଗା ବ୍ଲକ ଶିକ୍ଷା ଅଧିକାରୀ ହାଡ଼ିବନ୍ଧୁ ବେହେରା ଯୋଗ ଦେଇଥିଲେ। ବିଭିନ୍ନ ବିଦ୍ୟାଳୟର କ୍ରୀଡା ଶିକ୍ଷକ, ଶିକ୍ଷକ/ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନେ ଆଦର୍ଶ ସଂସଦ କାର୍ଯ୍ୟାଳୟରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ।













