Orissa Mirror Odia
ସବସ୍କ୍ରାଇବ କରନ୍ତୁ
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା
Orissa Mirror Odia
BREAKING
✦ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।✦ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ✦ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା✦ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା✦ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା✦କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ✦ବସୁଧା ଯୋଜନା ବାଟବଣା: ସୁରୁଣ୍ଡି ଗ୍ରାମରେ ଓଭର ହେଡ଼ ଟାଙ୍କି କାର୍ଯ୍ୟକ୍ଷମ କେବେ?✦ମହିଳାଙ୍କୁ ସୁରକ୍ଷା ଯୋଗାଇ ଦେବାନେଇ ପ୍ରଶାସନକୁ ନିବେଦନ✦ତାଳଚେରରେ ଗୋରୁ ଗାଈ କେତେ ସୁରକ୍ଷିତ!✦ବିଗତ ଘଟଣାର ପୁନରାବୃତ୍ତି ନହେଉ “ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ”✦ବିଦ୍ୟାଳୟରେ ସ୍ଥାୟୀ ଶ୍ରେଣୀ ଗୃହ ନିର୍ମାଣ କେବେ? ଶିକ୍ଷକ ପଦବୀ ପୂରଣ ଦାବି✦ବରିଷ୍ଠ ନାଗରିକଙ୍କ ସହ ବିଧାୟକଙ୍କ ବୈଠକ✦ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ✦ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ✦ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ✦ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ✦ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ✦ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”✦ଦ୍ଵିତୀୟ ଇନଡୋର ଷ୍ଟାଡିଅମ ନିର୍ମାଣ କେବେ? ବଢୁଛି କ୍ରୀଡ଼ାବିତଙ୍କ ଅସନ୍ତୋଷ✦ଭାରୀଯାନ ଚଳାଚଳ ଓ ପ୍ରଦୂଷଣକୁ ବିରୋଧ “ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ସାଜିଥିବା ଅଭିଯୋଗ”

ଆସୁଛି ପର୍ଯ୍ୟଟନ ଋତୁ, “ଭିତ୍ତିଭୂମି ଥାଇ ‘ଅବହେଳିତ ବୌଦ୍ଧ”

୩୨ ବର୍ଷର ଜିଲ୍ଲାରେ ୩୦ ବର୍ଷ ହେବ ପର୍ଯ୍ୟଟନ ଅଧିକାରୀ ପଦବୀ ଖାଲି

by Bureauom
November 10, 2025
in ଜିଲ୍ଲା, ବୌଦ୍ଧ
A A
ଆସୁଛି ପର୍ଯ୍ୟଟନ ଋତୁ
0
SHARES
Share on FacebookShare on Twitter

ବୌଦ୍ଧ (ସର୍ବେଶ୍ୱର କ୍ଷେତି): ଭଗବାନ ବୁଦ୍ଧଙ୍କ ନାମରେ ନାମିତ ଜିଲ୍ଲା ବୌଦ୍ଧ l ପବିତ୍ର ଭୂମି ବୌଦ୍ଧକୁ ଜଗନ୍ନାଥ ସଂସ୍କୃତିର ଆଦିପୀଠ ବୋଲି କୁହାଯାଏ l ଐତିହାସିକ କଳାକୃତି ହେଉ ଅବା ପ୍ରାକୃତିକ ସୌନ୍ଦର୍ଯ୍ୟ ଜିଲ୍ଲା ଭିତରେ ସବୁ ଭରି ରହିଥିବା ବେଳେ ଇକୋ ଟୁରିଜିମର ପର୍ଯ୍ୟାପ୍ତ ସୁଯୋଗ ମଧ୍ୟ ରହିଛି l ଜିଲ୍ଲାରେ ପର୍ଯ୍ୟଟନର ପର୍ଯ୍ୟାପ୍ତ ଭିତ୍ତିଭୂମି ରହିଥିବା ବେଳେ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ବୌଦ୍ଧକୁ ଉପଯୁକ୍ତ ସ୍ଥାନ ମିଳିପାରିନାହିଁ l ରାଜନୈତିକ ଓ ପ୍ରଶାସନିକ ଇଛାଶକ୍ତିର ଅଭାବରୁ ଜିଲ୍ଲାକୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇପାରୁନାହିଁ l ୩୨ ବର୍ଷର ଜିଲ୍ଲାରେ ୩୦ ବର୍ଷ ହେବ ପର୍ଯ୍ୟଟନ ଅଧିକାରୀ ପଦବୀ ଖାଲି ପଡ଼ିଥିବା ଆଲୋଚନାର ବିଷୟ ହୋଇଛି l

ଜିଲ୍ଲାକୁ ସମୃଦ୍ଧ କରିବାରେ ପର୍ଯ୍ୟଟନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି l କିନ୍ତୁ ଜିଲ୍ଲାର ପର୍ଯ୍ୟଟନକୁ ସରକାର କେତେ ଗୁରୁତ୍ୱ ଦେଉଛନ୍ତି ତାହା ସ୍ପଷ୍ଟ ଅନୁମେୟ l ଯେଉଁ ଅଞ୍ଚଳ ପର୍ଯ୍ୟଟନରେ ଯେତେ ବିକଶିତ ସେହି ଅଞ୍ଚଳ ସେତେ ଉନ୍ନତ l ପ୍ରଚାର ପ୍ରସାର ପାଇଁ ପ୍ରୟାସ କରାଗଲେ ଜିଲ୍ଲାରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବାର ଯଥେଷ୍ଟ ସମ୍ଭାବନା ରହିଥିବା ସହ ଶିକ୍ଷିତ ବେକାର ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଉଛି l ଜିଲ୍ଲାରେ ଅନେକ ପ୍ରାଚୀନ କୀର୍ତ୍ତିରାଜି ଭରି ରହିଥିଲେ ମଧ୍ୟ ବିକାଶ ହୋଇପାରୁନାହିଁ l ପଶ୍ଚିମ ଓଡ଼ିଶାରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ୫ଟି ସଂରକ୍ଷିତ କୀର୍ତ୍ତିରାଜି ମଧ୍ୟରେ ବୌଦ୍ଧର ଅଷ୍ଟମ ଶତାବ୍ଦୀରେ ଭଞ୍ଜବଂଶ ରାଜାମାନଙ୍କ ଦ୍ୱାରା ନିର୍ମିତ କାରୁକାର୍ଯ୍ୟରେ ଭରପୁର ଗନ୍ଧରାଢ଼ି ମନ୍ଦିର, ନବମ ଶତାବ୍ଦୀରେ ସୋମବଂଶ ରାଜାମାନଙ୍କ ଦ୍ୱାରା ବୌଦ୍ଧ ସହରରେ ନିର୍ମିତ ରାମେଶ୍ଵର ମନ୍ଦିରରେ ପର୍ଯ୍ୟଟକମାନଙ୍କ ଦର୍ଶନ ତଥା ଗବେଷଣା ପାଇଁ ଅନେକ ସୁଯୋଗ ରହିଛି l

ରାଜ୍ୟରେ ଥିବା ବୁଦ୍ଧ କୀର୍ତ୍ତିରାଜି ମଧ୍ୟରେ ବୌଦ୍ଧ ଜିଲ୍ଲାର ବୁଦ୍ଧ କୀର୍ତ୍ତିରାଜି ଅନ୍ୟତମ l ବୌଦ୍ଧ ରାଜପ୍ରସାଦ ନିକଟରେ ଭୂମିସ୍ପର୍ଶ ମୁଦ୍ରାରେ ରହିଥିବା ବୁଦ୍ଧମୂର୍ତ୍ତି ସହ ପ୍ରଗଳପୁର ଏବଂ ଶ୍ୟାମସୁନ୍ଦରପୁରଠାରେ ବୌଦ୍ଧ ପୀଠମାନ ରହିଛି l ଜିଲ୍ଲାରେ ବୁଦ୍ଧକୀର୍ତ୍ତିଗୁଡିକର ଉନ୍ନତି କରାଗଲେ ରାଜ୍ୟର ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ପାଇବା ସହ ଜିଲ୍ଲାର ଅର୍ଥନୀତି ମଧ୍ୟ ସୁଦୃଢ଼ ହୋଇପାରନ୍ତା l ହରଭଙ୍ଗା ବ୍ଲକର ବାମଣ୍ଡା ପଞ୍ଚାୟତରେ ପାତାଳି ଶ୍ରୀକ୍ଷେତ୍ର ନାଏକପଡ଼ା ଗୁମ୍ଫା, କଣ୍ଟାମାଳ ବ୍ଲକ ରେଘାମୁଣ୍ଡା ଭାଇ ବୋହୂ ଦେଢଶୁର ପାହାଡ଼ ପ୍ରଚାର ପ୍ରସାର ଅଭାବରୁ ପର୍ଯ୍ୟଟକଙ୍କ ଦୃଷ୍ଟି ଆଢୁଆଳରେ ରହିଯାଉଛି l

ପୁରୁଣାକଟକସ୍ଥିତ ପ୍ରସିଦ୍ଧ ଶକ୍ତି ପୀଠ ମା’ ଭୈରବୀଙ୍କ ମନ୍ଦିରକୁ ଜିଲ୍ଲା ତଥା ଜିଲ୍ଲା ବାହାରୁ ଶହ ଶହ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଆଗମନ ହେଉଛି l ବନ ବିଭାଗ ତରଫରୁ ଡମ୍ବରୁଗଡ଼ଠାରେ ପ୍ରଥମ ଇକୋ ରିଟ୍ରିଟ ସୁଯୋଗ ସୃଷ୍ଟି କରାଯାଇଛି l ଡମ୍ବରୁଗଡ଼ତ ପ୍ରାକୃତିକ ଶୋଭାରାଜି ଏବଂ ସୂର୍ଯ୍ୟାସ୍ତର ମନଲୋଭା ଦୃଶ୍ୟ ପର୍ଯ୍ୟଟକଙ୍କୁ ବେଶ ଆକର୍ଷିତ କରୁଛି l ବୌଦ୍ଧ ବ୍ଲକର ଖଣ୍ଡିକନପା ଏବଂ ତାମ୍ବିଧରର ମନଲୋଭା ପ୍ରାକୃତିକ ପରିବେଶ ଯୋଗୁଁ ଦୂର ଦୁରାନ୍ତରୁ ପର୍ଯ୍ୟଟକମାନେ ବଣ ଭୋଜି ପାଇଁ ପହଞ୍ଚୁଛନ୍ତି l

ଏତଦ ବ୍ୟତୀତ ବାଉଁଶୁଣୀର ଶିବ ମନ୍ଦିର, ବଘିଆପଡାର ପଞ୍ଚୁ ପାଣ୍ଡବ ମନ୍ଦିର, ବୌଦ୍ଧ ସହରରେ ଥିବା ଜଗନ୍ନାଥ ମନ୍ଦିର, ଭୈରବୀ ମନ୍ଦିର, ମଦନମୋହନ ମନ୍ଦିର, ଚାନ୍ଦ୍ରଚୂଡ଼ ମନ୍ଦିର, ମହାନଦୀ ଆଳତିଘାଟ, ମହାନଦୀ ଗର୍ଭରେ ଥିବା ହନୁମାନ ମନ୍ଦିର ଆଦି ଅନେକ କୀର୍ତ୍ତିରାଜି ଜିଲ୍ଲାରେ ପର୍ଯ୍ୟଟନର ଭିତ୍ତିଭୂମି ବିକାଶରେ ସହାୟକ ହୋଇପାରିବ l ମହାନଦୀ ଗର୍ଭରେ ଥିବା ମର୍ଜାକୁଦ ଦ୍ବୀପକୁ ସେତୁ ନିର୍ମାଣ ହୋଇ ସାରିଥିବା ବେଳେ ସେଠାରେ ଇକୋ ଟୁ୍ରିଜିମର ବିକାଶ ପାଇଁ ମଧ୍ୟ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି l

ମର୍ଜାକୁଦ ଶେଷ ମୁଣ୍ଡରେ ଫରେଷ୍ଟ ପାର୍କ କାର୍ଯ୍ୟ ଅନୁଦାନ ଅଭାବରୁ ଅସମ୍ପୂର୍ଣ୍ଣ ହୋଇ ପଡ଼ିଥିଲେ ମଧ୍ୟ ପ୍ରତିଦିନ ଦିନ ଅନେକ ଲୋକ ଏହାର ପ୍ରାକୃତିକ ପରିବେଶକୁ ଉପଭୋଗ କରିବା ପାଇଁ ପହଞ୍ଚୁଛନ୍ତି l ଜିଲ୍ଲାରେ ପର୍ଯ୍ୟଟନର ବିକାଶ ପାଇଁ ଭରପୁର ସୁଯୋଗ ରହିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ଦୃଷ୍ଟି ଦିଆଯାଇନାହିଁ l ଜିଲ୍ଲାର ପର୍ଯ୍ୟଟନକୁ ଦୃଷ୍ଟିରେ ରଖି ସମସ୍ତ ବିଭାଗ ଯୋଜନା ପ୍ରସ୍ତୁତ କରିବା ଆବଶ୍ୟକ l ବୌଦ୍ଧ ନାଗରିକ କମିଟି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରାଚୀନ କୀର୍ତ୍ତିରାଜି ତଥା ସମସ୍ତ ପର୍ଯ୍ୟଟନସ୍ଥଳୀର ନାମ ଫଳକ ଜାତୀୟ ରାଜପଥ କଡ଼ରେ ସ୍ଥାନିତ କରାଯିବା ସହ ସେଥିରେ ପର୍ଯ୍ୟଟକଙ୍କ ପାଇଁ ସୂଚନା ଦିଆଯିବାକୁ କମିଟିର ସମ୍ପାଦକ ବିଶ୍ୱେଶ୍ୱର ପୃଷ୍ଟି ଦାବି କରିଛନ୍ତି l ସେହିପରି ପ୍ରସ୍ତାବିତ ପରିବେଶ ପାର୍କ (ନନ୍ଦନବନ) ଏବଂ କୁଲାରିକୁଦଠାରେ ଇକୋ ଟୁ୍ରିଜିମ କାର୍ଯ୍ୟ ତୁରନ୍ତ ଆରମ୍ଭ କରାଯିବାକୁ କମିଟି ପକ୍ଷରୁ ଦାବି କରାଯାଇଛି l ତେଣୁ ଜିଲ୍ଲାରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ସାଂସଦ, ବିଧାୟକ ଏବଂ ଜିଲ୍ଲା ପ୍ରଶାସନ ମଧ୍ୟରେ ସମନ୍ୱୟ ରଖି ଯୋଜନା ପ୍ରସ୍ତୁତ କରାଯିବାର ଆବଶ୍ୟକତା ରହିଛି ବୋଲି ନାଗରିକ କମିଟି ପକ୍ଷରୁ ସୂଚନା ଦିଆଯାଇଛି l

Bureauom

Bureauom

Orissa Mirror Odia is a leading digital news portal dedicated to bringing you the latest updates from Odisha and beyond. We aim to deliver fast, reliable, and balanced news coverage that keeps readers informed, engaged, and connected to the world around them.

Related Posts

ତାଳଚେର ସାର କାରଖାନା ନିର୍ମାଣ

ତାଳଚେର ସାର କାରଖାନା ନିର୍ମାଣ କାର୍ଯ୍ୟ ଖୁବ ଶୀଘ୍ର ସମ୍ପୂର୍ଣ ହେବ।

ତାଳଚେର(ବିଜୟ କୁମାର ଦେବତା) : ତାଳଚେର ଠାରେ ରାଷ୍ଟ୍ରୀୟ ସଂସ୍ଥା କୋଲ ଇଣ୍ଡିଆ ଲିଃ, ଗେଲ ଇଣ୍ଡିଆ ଲିଃ, ରାଷ୍ଟ୍ରୀୟ କେମିକାଲ ଏଣ୍ଡ ଫାର୍ଟିଲାଇଜର ତଥା ଏଫ...

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ୮ ବର୍ଷ ଜେଲ ଦଣ୍ଡାଦେଶ

ତାଳଚେର,(ବିଜୟ କୁମାର ଦେବତା): ଏକ ମରଣାନ୍ତକ ଆକ୍ରମଣ ଓ ଡକାୟତି ମାମଲାରେ ମାନ୍ୟବର ସହକାରୀ ଦେୱାନୀ ବିଚାରପତି ସ୍ୱର୍ଣଲତା ନାୟକ ସମସ୍ତ ସାକ୍ଷୀ ଓ ପ୍ରମାଣ ସହ...

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ

ଔଷଧ ଦୋକାନରେ ବିନା ପ୍ରେସ୍କ୍ରିପସନରେ ବେଆଇନ ଗର୍ଭପାତ ଔଷଧ ଓ ଚିକିତ୍ସା

ହରଭଙ୍ଗା,(ସର୍ବେଶ୍ୱର କ୍ଷେତି): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ଉପାନ୍ତ ଅଞ୍ଚଳ ହରଭଙ୍ଗା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର)ର ବିକଳ ଚିତ୍ର ସାମ୍ନାକୁ...

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା

ଲଇକେରାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା

ଝାରସୁଗୁଡ଼ା (ବିଜୟ ଶଙ୍କର ଦାଶ) : ଲଇକେରା ଅପେରା ପଡିଆରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଛି l ମତ୍ସ୍ୟ ଚାଷ ଏବଂ...

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର ଉପଖଣ୍ଡରେ ସାଇବର ସୁରକ୍ଷା

ତାଳଚେର(ବିଜୟ କୁମାର ଦେବତା) ଆଜି ତାଳଚେର ଉପଖଣ୍ଡରେ ପୋଲିସ ପକ୍ଷରୁ ଆୟୋଜିତ ସାଇବର ସୁରକ୍ଷା ଅଭିଯାନ ୨୦୨୫ର କାର୍ଯ୍ୟକ୍ରମ ସ୍ଥାନୀୟ ତାଳଚେର କଲେଜ ପଡ଼ିଆ ଠାରେ ଅନୁଷ୍ଠିତ...

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ

କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ଏବେ ବ୍ରାହ୍ମଣୀରେ, ତାଳଚେରର ମାଟି, ପାଣି, ପବନ ପ୍ରଦ୍ୟୁଷିତ ଲାଗୁନି ଅଙ୍କୁଶ

ତାଳଚେର(ବିଜୟ କୁମାର ଦେବତା): ବିଗତ ବର୍ଷର ପ୍ରକୃତିଦତ ସୌନ୍ଦର୍ଯ୍ୟମୟ ତାଳଚେର ଆଜି କଳକାରଖାନାରୁ ନିର୍ଗତ ବର୍ଜ୍ୟବସ୍ତୁ ତାଳଚେର ସହରର ଏକମାତ୍ର ନିର୍ଭର ଯୋଗ୍ୟ ବୋହି ଯାଇଥିବା ଚିରୋଦ୍ରୋତା...

Load More
Next Post
ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ

ଟ୍ରାଫିକ ନିୟମ ଉଲଙ୍ଘନକାରୀ ଗାଡ଼ି ଚାଳକଙ୍କୁ ଛଡ଼ା ଯିବ ନାହିଁ : ଆରକ୍ଷୀ ଅଧିକ୍ଷକ

ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ

ବିପଦ ସଙ୍କୁଳ ତେଲେନ ନଦୀ ବ୍ରିଜ,ଭୟଭୀତ ଗ୍ରାମବାସୀ

ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର

ଭୂବନେଶ୍ୱରୀ ମାଇନ୍ସରେ ଓଲଟିଲା ଡ଼ିଜେଲ ଟ୍ୟାଙ୍କର, ଅଳ୍ପକେ ବର୍ତିଲେ ଚାଳକ

ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ

ତାଳଚେର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍ଘାଟିତ

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର ,ଆରକ୍ଷୀ ଅଧିକ୍ଷକ ଅନୁପସ୍ଥିତ

LATEST STORIES

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ଆଲିଆ ଭଟ୍ଟଙ୍କ ମୁଭିଜ ଆଲଫା ରିଲିଜ ତାରିଖ ଘୋଷଣା, ଏପ୍ରିଲ ୧୭ରେ ଆସୁଛି ବଡ଼ ଫିଲ୍ମ

ଡାର୍କ ଚକୋଲେଟ୍ ଓ ବେରି ଖାଇଲେ ସ୍ମରଣଶକ୍ତି ବଢ଼େ, ଷ୍ଟ୍ରେସ୍ କମେ: ଅଧ୍ୟୟନ

ହାନୋଇରେ ଡେଙ୍ଗୁ ଜ୍ୱର: ଭୟଙ୍କର ଭାବେ ବୃଦ୍ଧି, ସ୍ୱାସ୍ଥ୍ୟ ବିଭାଗ ଜାରି କଲା ସତର୍କତା

ଥେନି ର ଅଙ୍ଗୁର ଚାଷୀଙ୍କ ଦୁର୍ଦଶା — ବର୍ଷା ଓ ଦାମ ହ୍ରାସ ପାଇଁ ଜୀବିକା ଏବେ ସଙ୍କଟ ରେ

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା
ଜିଲ୍ଲା

ବିଜେଡ଼ି ଜନସମ୍ପର୍କ ପଦଯାତ୍ରା: ବିଜେପି କୁ ଟାର୍ଗେଟ କଲେ ବିଜେଡ଼ି ଜିଲ୍ଲା ଉପସଭାପତି ପ୍ରଦୀପ୍ତ ସାହୁ

ହରଭଙ୍ଗା/ବୌଦ୍ଧ(ସର୍ବେଶ୍ୱର କ୍ଷେତି): ହରଭଙ୍ଗା ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ସଭାପତି ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ବିଶାଳ ଜନ ସମ୍ପର୍କ ପଦଯାତ୍ରା ଓ...

Read moreDetails
ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ?
ବାଣିଜ୍ୟ

ବିଶ୍ବର ସବୁଠାରୁ ଅଧିକ ଋଣଗ୍ରସ୍ତ ଦେଶ କିଏ? ଭାରତ ର ସ୍ଥାନ କେତେ ଜାଣନ୍ତି କି?

ବିଶ୍ବର ଦେଶଗୁଡ଼ିକ ଦିନକୁ ଦିନ ଅଧିକ ଋଣଗ୍ରସ୍ତ ହେବାରେ ଲାଗିଛି । ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ...

Read moreDetails
ନବାଜୁଦ୍ଦିନ ସିଦ୍ଦିକୀ 'ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ'
ମନୋରଞ୍ଜନ

ନବାଜୁଦ୍ଦିନ ସିଦ୍ଦିକୀ ‘ରାତ୍ ଅକେଲି ହୈ ବନ୍ସଲ୍ ମର୍ଡର୍ସ’ ରେ ଜବରଦସ୍ତ ଅନ୍ଦାଜ

ମୁମ୍ବାଇ: ଅଭିନେତା ନବାଜୁଦ୍ଦିନ ସିଦ୍ଦିକୀ ତାଙ୍କ ଅତିଲୋକପ୍ରିୟ କ୍ରାଇମ୍ ଥ୍ରିଲର୍ ଫିଲ୍ମ **‘ରାତ୍ ଅକେଲି ହୈ’**ର ସିକ୍ୱେଲ୍ ‘ରାତ୍ ଅକେଲି ହୈ: ବନ୍ସଲ୍ ମର୍ଡର୍ସ’ ସହିତ ପୁଣି...

Read moreDetails
Orissa Mirror Odia

©2025 Orissa Mirror. All Rights Reserved

Reach Us

  • Home
  • About Us
  • Contact Us
  • Privacy Policy

Follow Us

No Result
View All Result
  • ରାଜ୍ୟ
  • ଦେଶ-ବିଦେଶ
  • ଅପରାଧ
  • ଜିଲ୍ଲା
    • ଭୁବନେଶ୍ୱର
    • କଟକ
    • ତାଳଚେର
    • ଝାରସୁଗୁଡା
    • ବୌଦ୍ଧ
    • ଅନୁଗୁଳ
  • ରାଜନୀତି
  • ଖେଳ
  • ବାଣିଜ୍ୟ
  • ମନୋରଞ୍ଜନ
  • ସ୍ପେଶାଲ୍ ରିପୋର୍ଟ
  • ସ୍ୱାସ୍ଥ୍ୟ
    • ଜୀବନ ଚର୍ଯ୍ୟା

©2025 Orissa Mirror. All Rights Reserved